Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:2-10

Help us?
Click on verse(s) to share them!
2“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।
3ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
4ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।
5ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
6ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
7ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
8ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
9ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
10“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:2-10ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:2-10