Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:22-30

Help us?
Click on verse(s) to share them!
22ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
23ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
24“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ସପ୍ତମ ମାସରେ, ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ଅର୍ଥାତ୍‍, ତୂରୀଧ୍ୱନୀ ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।
25ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।”
26ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,
27“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।
28ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।
29ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
30ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:22-30ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:22-30