Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:26-35

Help us?
Click on verse(s) to share them!
26ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,
27“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।
28ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।
29ସେହି ଦିନରେ ଯେକେହି ଆପଣା ପ୍ରାଣକୁ କ୍ଲେଶ ଦେବ ନାହିଁ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
30ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।
31ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
32ସେହି ଦିନ ତୁମ୍ଭମାନଙ୍କର ମହାବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟା କାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”
33ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
34“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
35ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:26-35ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:26-35