Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:3-11 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:3-11 in ଓଡିଆ ବାଇବେଲ

3 ଛଅ ଦିନ କର୍ମ କରାଯିବ; ମାତ୍ର ସପ୍ତମ ଦିନ ମହାବିଶ୍ରାମ, ଅର୍ଥାତ୍‍, ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ; ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।
4 ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।
5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।
6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
7 ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
8 ମାତ୍ର ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ସପ୍ତମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।”
9 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
10 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ସେହି ଦେଶରେ ପ୍ରବେଶ କରି ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ତୁମ୍ଭମାନଙ୍କର ପ୍ରଥମ କଟା ଶସ୍ୟର ଏକ ବିଡ଼ା ଯାଜକ ନିକଟକୁ ଆଣିବ।
11 ତହିଁରେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବା ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ବିଡ଼ା ଦୋଳାଇବ; ବିଶ୍ରାମବାରର ପରଦିନ ଯାଜକ ତାହା ଦୋଳାଇବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23 in ଓଡିଆ ବାଇବେଲ