Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:33-44

Help us?
Click on verse(s) to share them!
33ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
34“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।
35ପ୍ରଥମ ଦିନରେ ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
36ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।
37ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।
38ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।
39ଆହୁରି, ଭୂମିରୁ ଉତ୍ପନ୍ନ ଫଳ ସଂଗ୍ରହ କଲା ଉତ୍ତାରେ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅବଶ୍ୟ ପର୍ବ ପାଳନ କରିବ; ପ୍ରଥମ ଦିନ ମହା ବିଶ୍ରାମ ହେବ ଓ ଅଷ୍ଟମ ଦିନ ମହା ବିଶ୍ରାମ ହେବ।
40ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।
41ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।
42ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।
43ତହିଁରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
44ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:33-44ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 23:33-44