11ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
12ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
13ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
14“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।