Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:16-21

Help us?
Click on verse(s) to share them!
16ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।
17ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।
18ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।
19ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।
20କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
21ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:16-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:16-21