Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:3-7 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:3-7 in ଓଡିଆ ବାଇବେଲ

3 ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
4 ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
5 ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
6 ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ।
7 ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24 in ଓଡିଆ ବାଇବେଲ