Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:7-16

Help us?
Click on verse(s) to share them!
7ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
8ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
9ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”
10ଏଥିଉତ୍ତାରେ ମିସ୍ରୀୟ ପୁରୁଷର ଔରସରେ ଇସ୍ରାଏଲ ବଂଶୀୟା ସ୍ତ୍ରୀଠାରୁ ଜାତ ଏକ ପୁତ୍ର ବାହାର ହୋଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗଲା; ପୁଣି ଛାଉଣି ମଧ୍ୟରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର ଓ ଇସ୍ରାଏଲୀୟ କୌଣସି ପୁରୁଷ ମଧ୍ୟରେ ବିବାଦ ହେଲା।
11ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।
12ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ଅପେକ୍ଷାରେ ତାହାକୁ ରୁଦ୍ଧ କରି ରଖିଲେ।
13ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
14“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
15ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
16ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:7-16ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 24:7-16