10ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
11ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୁବ୍ଲୀ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
12କାରଣ ତାହା ଯୁବ୍ଲୀ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।