13ସେହି ଯୁବ୍ଲୀ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।
14ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
15ତୁମ୍ଭେ ଯୁବ୍ଲୀ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।
16ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।
17ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
18ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।