Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:17-24 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:17-24 in ଓଡିଆ ବାଇବେଲ

17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
18 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
19 ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
20 ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ ?
21 ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।
22 ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।
23 ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
24 ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 in ଓଡିଆ ବାଇବେଲ