Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:23-28

Help us?
Click on verse(s) to share them!
23ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
24ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।
25ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।
26ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
27ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
28ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୁବ୍‍ଲୀ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୁବ୍‍ଲୀ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:23-28ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:23-28