Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:27-35 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:27-35 in ଓଡିଆ ବାଇବେଲ

27 ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
28 ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୁବ୍‍ଲୀ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୁବ୍‍ଲୀ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
29 ଆଉ, ଯଦି କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।
30 ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀରବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୁବ୍‍ଲୀ ସମୟରେ ତାହା ମୁକ୍ତ ହେବ ନାହିଁ।
31 ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୁବ୍‍ଲୀ ସମୟରେ ତାହା ମୁକ୍ତ ହେବ।
32 ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
33 ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୁବ୍‍ଲୀ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
34 ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 in ଓଡିଆ ବାଇବେଲ