Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:33-40 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:33-40 in ଓଡିଆ ବାଇବେଲ

33 ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୁବ୍‍ଲୀ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
34 ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।
36 ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ।
37 ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
38 ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।
39 ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା ଦାସ ପରି ପରିଶ୍ରମ କରାଇବ ନାହିଁ।
40 ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 in ଓଡିଆ ବାଇବେଲ