37ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
38ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।
39ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା ଦାସ ପରି ପରିଶ୍ରମ କରାଇବ ନାହିଁ।
40ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
41ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।