Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:47-55 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:47-55 in ଓଡିଆ ବାଇବେଲ

47 ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;
48 ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ।
49 କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।
50 ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।
51 ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
52 ଆଉ ଯଦି ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
53 ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
54 ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୁବ୍‍ଲୀ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।
55 କାରଣ ଇସ୍ରାଏଲ ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25 in ଓଡିଆ ବାଇବେଲ