Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:8-11

Help us?
Click on verse(s) to share them!
8ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
9ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।
10ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
11ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:8-11ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 25:8-11