15ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
16ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।