Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:19-23 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:19-23 in ଓଡିଆ ବାଇବେଲ

19 ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
20 ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
23 ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26 in ଓଡିଆ ବାଇବେଲ