Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:2-21

Help us?
Click on verse(s) to share them!
2ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
3ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
4ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
5ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
6ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
7ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
8ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
9ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
10ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
11ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
12ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
13ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
14ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
15ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
16ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍‍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
17ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
18ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
19ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
20ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
21ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:2-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:2-21