15ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
16ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।
17ଯଦି ସେ ଯୁବ୍ଲୀ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ।
18ମାତ୍ର, ଯଦି ସେ ଯୁବ୍ଲୀ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।
19ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।