Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27:19-29 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27:19-29 in ଓଡିଆ ବାଇବେଲ

19 ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।
20 ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।
21 ମାତ୍ର ସେହି କ୍ଷେତ୍ର ଯୁବ୍‍ଲୀ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।
22 ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
23 ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।
24 ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍‍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୁବ୍‍ଲୀ ବର୍ଷରେ ତାହାକୁ ଫେରାଇ ଦିଆଯିବ।
25 ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।
26 ପଶୁମାନଙ୍କ ମଧ୍ୟରେ କେବଳ ପ୍ରଥମଜାତ ପଶୁ, ଯାହା ସଦାପ୍ରଭୁଙ୍କର ପ୍ରଥମଜାତ ହୁଏ, ତାହା କୌଣସି ମନୁଷ୍ୟ ଶୁଚି କରିବ ନାହିଁ; ଗୋରୁ କି ମେଷ ହେଉ, ତାହା ସଦାପ୍ରଭୁଙ୍କର ଅଟେ।
27 ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।
28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍‍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
29 ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27 in ଓଡିଆ ବାଇବେଲ