20ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।
21ମାତ୍ର ସେହି କ୍ଷେତ୍ର ଯୁବ୍ଲୀ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।
22ଆଉ ଯେଉଁ କ୍ଷେତ୍ର ଆପଣାର ସମ୍ପତ୍ତି ନୁହେଁ, ତାହା କେହି ଯଦି କ୍ରୟ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ;
23ତେବେ ଯାଜକ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ତାହା ପାଇଁ ଗଣନା କରିବ; ପୁଣି ସେ ସେହିଦିନ ତୁମ୍ଭର ନିରୂପିତ ମୂଲ୍ୟ ଦେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବସ୍ତୁ ତୁଲ୍ୟ।
24ଯାହାଠାରୁ ସେହି କ୍ଷେତ୍ର କ୍ରୟ କରାଗଲା, ଅର୍ଥାତ୍, ଭୂମି ଯାହାର ସମ୍ପତ୍ତି ଅଟେ, ତାହା ଯୁବ୍ଲୀ ବର୍ଷରେ ତାହାକୁ ଫେରାଇ ଦିଆଯିବ।
25ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।