Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27:29-34

Help us?
Click on verse(s) to share them!
29ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।
30ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।
31ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।
32ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍‍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
33ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”
34ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27:29-34ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 27:29-34