32ପୁଣି ଗୋମେଷାଦି ପଲର ଦଶମାଂଶ, ଅର୍ଥାତ୍, ପାଞ୍ଚଣ ତଳ ଦେଇ ଗମନକାରୀ ସବୁ ପଶୁ ମଧ୍ୟରେ ପ୍ରତ୍ୟେକ ଦଶମ ପଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
33ତାହା ଭଲ କି ମନ୍ଦ, ଏଥିର ସେ ଅନୁସନ୍ଧାନ କରିବ ନାହିଁ, କିଅବା ତହିଁର ବଦଳ କରିବ ନାହିଁ; ପୁଣି ଯଦି ସେ କୌଣସିମତେ ବଦଳ କରେ, ତେବେ ତାହା ଓ ତାହା ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ, ତାହା ମୁକ୍ତ କରାଯିବ ନାହିଁ।”
34ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।