14ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
15ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
16ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।