Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:2-13 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:2-13 in ଓଡିଆ ବାଇବେଲ

2 ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
4 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
5 ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
6 ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7 ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8 ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
9 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
10 ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
11 ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12 ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13 ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3 in ଓଡିଆ ବାଇବେଲ