5ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
6ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।