Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:6-13

Help us?
Click on verse(s) to share them!
6ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
9ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
10ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
11ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:6-13ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 3:6-13