Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:1-8 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:1-8 in ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
3 ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
4 ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।
5 ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
6 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
7 ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
8 ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4 in ଓଡିଆ ବାଇବେଲ