Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:10-23

Help us?
Click on verse(s) to share them!
10ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।
11ଆଉ, ସେହି ଗୋବତ୍ସର ଚର୍ମ, ସମସ୍ତ ମାଂସ, ମସ୍ତକ, ପାଦ, ଅନ୍ତ ଓ ଗୋମୟ,
12ସର୍ବସମେତ ଗୋବତ୍ସକୁ ନେଇ ଛାଉଣି ବାହାରେ ଶୁଚି ସ୍ଥାନରେ, ଅର୍ଥାତ୍‍, ଭସ୍ମ ନିକ୍ଷେପ ସ୍ଥାନକୁ ଆଣି କାଷ୍ଠ ଉପରେ ଅଗ୍ନିରେ ଦଗ୍ଧ କରିବ; ଭସ୍ମ ନିକ୍ଷେପ ସ୍ଥାନରେ ତାହା ଦଗ୍ଧ କରିବାକୁ ହେବ।
13ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
14ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।
15ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।
16ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
17ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
18ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
19ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।
20ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।
21ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।
22ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
23ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:10-23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:10-23