Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:15-20

Help us?
Click on verse(s) to share them!
15ଏଥିଉତ୍ତାରେ ମଣ୍ଡଳୀର ପ୍ରାଚୀନବର୍ଗ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ମସ୍ତକରେ ହସ୍ତ ରଖିବେ; ଆଉ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସ ବଧ କରାଯିବ।
16ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
17ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
18ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
19ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।
20ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:15-20ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:15-20