Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:19-30 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4:19-30 in ଓଡିଆ ବାଇବେଲ

19 ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।
20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।
21 ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ।
22 ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
23 ତେବେ ସେ ଯେଉଁ ବିଷୟରେ ପାପ କରିଅଛି, ତାହାର ସେହି ପାପ ତାହାକୁ ଜ୍ଞାତ କରାଗଲେ, ସେ ଏକ ନିଖୁନ୍ତ ପୁଂ ଛାଗ ଉପହାର ଆଣିବ।
24 ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।
25 ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
27 ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
28 ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ଯଦି ତାହାକୁ ଜ୍ଞାତ କରାଯାଏ, ତେବେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଏକ ନିଖୁନ୍ତ ଛାଗୀ ଉପହାର ଆଣିବ।
29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।
30 ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 4 in ଓଡିଆ ବାଇବେଲ