5ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
6ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
7ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
8ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,