Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:11-18

Help us?
Click on verse(s) to share them!
11ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।
12ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।
13ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”
14ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
15“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
16ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷ ବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
17ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।
18ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:11-18ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 5:11-18