4ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।
5ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।
6ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
7ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
8ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।
9ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।