Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:12-21

Help us?
Click on verse(s) to share them!
12ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
13ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ।
14ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।
15ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।
16ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
17ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।
18ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା ହେଉଛି ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର। ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।”
19ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
20“ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।
21ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:12-21ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:12-21