Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:2-9 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:2-9 in ଓଡିଆ ବାଇବେଲ

2 “କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;
3 କିଅବା ହଜାଦ୍ରବ୍ୟ ପାଇ ତଦ୍‍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ; ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ;
4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
5 ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।
6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।
7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”
8 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
9 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6 in ଓଡିଆ ବାଇବେଲ