Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:24-29

Help us?
Click on verse(s) to share them!
24ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
25“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
26ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
27ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।
28ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
29ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:24-29ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:24-29