Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:24-29 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6:24-29 in ଓଡିଆ ବାଇବେଲ

24 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।
26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
27 ଯେକେହି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ; ପୁଣି ଯଦି କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େ; ତେବେ ତୁମ୍ଭେ ସେହି ରକ୍ତ ସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।
28 ମାତ୍ର ଯେଉଁ ମୃତ୍ତିକାର ପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗାଯିବ; ଯଦି ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜାଯିବ ଓ ଜଳରେ ପରିଷ୍କୃତ ହେବ।
29 ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ; ତାହା ମହାପବିତ୍ର।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 6 in ଓଡିଆ ବାଇବେଲ