Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:12-22 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7:12-22 in ଓଡିଆ ବାଇବେଲ

12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।
13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।
14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।
15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
16 ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
17 ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।
19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।
20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍‍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
22 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 7 in ଓଡିଆ ବାଇବେଲ