14ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।
15ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
16ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
17ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
18ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।