19ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ।
20ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
21ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”