5ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।
6ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।
7ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି; ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରେ, ତାହା ତାହାରି ହେବ; ଦୁଇଟିର ବ୍ୟବସ୍ଥା ଏକ।
8ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
9ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ।
10ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟ ସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
11“ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
12କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।