Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:29-35 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:29-35 in ଓଡିଆ ବାଇବେଲ

29 ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।
31 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
32 ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
33 ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
34 ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 in ଓଡିଆ ବାଇବେଲ