Text copied!
Bibles in Odia

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:3-17 in Odia

Help us?

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:3-17 in ଓଡିଆ ବାଇବେଲ

3 ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”
4 ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
5 ପୁଣି ମୋଶା ମଣ୍ଡଳୀକୁ କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।
6 ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
7 ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
8 ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।
9 ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
13 ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14 ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
15 ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
17 ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8 in ଓଡିଆ ବାଇବେଲ