Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:4-23

Help us?
Click on verse(s) to share them!
4ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
5ପୁଣି ମୋଶା ମଣ୍ଡଳୀକୁ କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।
6ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
7ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
8ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।
9ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
11ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
12ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
13ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
15ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳି ଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
16ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
17ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
18ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
19ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
20ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।
21ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
22ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍‍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
23ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:4-23ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 8:4-23