Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ - ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9

ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:10-19

Help us?
Click on verse(s) to share them!
10ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।
11ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।
12ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।
13ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।
14ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।
15ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;
16ଏଥିଉତ୍ତାରେ ସେ ହୋମବଳି ଆଣି ବିଧି ଅନୁସାରେ ଉତ୍ସର୍ଗ କଲେ।
17ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।
18ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
19ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,

Read ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9
Compare ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:10-19ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 9:10-19