4ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”
5ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।
6ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”
7ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”
8ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।
9ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦିମୂଳରେ ଢାଳିଲେ;
10ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।
11ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।
12ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।
13ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।
14ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।
15ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;
16ଏଥିଉତ୍ତାରେ ସେ ହୋମବଳି ଆଣି ବିଧି ଅନୁସାରେ ଉତ୍ସର୍ଗ କଲେ।
17ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।
18ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
19ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,
20ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;